ଅର୍ଜୁନଵିଷାଦଯୋଗ - Verse ଶ୍ଲୋକ 33 ଏବଂ 34
ଶ୍ଲୋକ 33 ଏବଂ 34
ଯେଷାମର୍ଥେ କାଙ୍କ୍ଷିତଂ ନୋ ରାଜ୍ଯଂ ଭୋଗାଃ ସୁଖାନି ଚ |
ତ ଇମେଽଵସ୍ଥିତା ଯୁଦ୍ଧେ ପ୍ରାଣାଂସ୍ତ୍ଯକ୍ତ୍ଵା ଧନାନି ଚ ||୧-୩୩||
ଆଚାର୍ଯାଃ ପିତରଃ ପୁତ୍ରାସ୍ତଥୈଵ ଚ ପିତାମହାଃ |
ମାତୁଲାଃ ଶ୍ଵଶୁରାଃ ପୌତ୍ରାଃ ଶ୍ଯାଲାଃ ସମ୍ବନ୍ଧିନସ୍ତଥା ||୧-୩୪||
Translation
ହେ କୃଷ୍ଣ! ମୁଁ ବିଜୟ, ରାଜ୍ୟ ବା ତଦ୍ୱାରା ମିଳୁଥିବା ସୁଖ ଚାହୁଁନାହିଁ । ସେହି ରାଜ୍ୟ, ସୁଖ ବା ଜୀବନରୁ କ’ଣ ମିଳିବ, ଯଦି ଯାହାପାଇଁ ଆମେ ଏହାକୁ ହାସଲ କରିବାକୁ ଯାଉଛୁ, ସେମାନେ ହିଁ ଆମ ସମ୍ମୁଖରେ ଯୁଦ୍ଧରେ ଠିଆ ହୋଇଥାଆନ୍ତି? ଗୁରୁ, ପିତା, ପୁତ୍ର, ପ୍ରପିତା, ମାମୁଁ, ନାତି, ଶ୍ୱଶୁର, ଶାଳକ ଏବଂ ଅନ୍ୟ ଆତ୍ମୀୟ ଗଣ ଏଠାରେ ନିଜର ଜୀବନ ଓ ସମ୍ବନ୍ଧକୁ ବାଜି ଲଗାଇଛନ୍ତି । ହେ ମଧୁସୁଦନ! ସେମାନେ ମୋତେ ଆକ୍ରମଣ କଲେ ବି ମୁଁ ତାଙ୍କୁ ହତ୍ୟା କରିବାକୁ ଚାହୁଁ ନାହିଁ । ହେ ଜନାର୍ଦ୍ଦନ! ଧୃତରାଷ୍ଟ୍ରଙ୍କର ପୁତ୍ରମାନଙ୍କୁ ହତ୍ୟା କରି, ତ୍ରିଲୋକରେ ଆମକୁ କି ସୁଖ ଅବା ପ୍ରାପ୍ତହେବ, ପୃଥିବୀ ତ ତୁଚ୍ଛ ମାତ୍ର ।