ଅର୍ଜୁନଵିଷାଦଯୋଗ - Verse ଶ୍ଲୋକ 36
ଶ୍ଲୋକ 36
ନିହତ୍ଯ ଧାର୍ତରାଷ୍ଟ୍ରାନ୍ନଃ କା ପ୍ରୀତିଃ ସ୍ଯାଜ୍ଜନାର୍ଦନ |
ପାପମେଵାଶ୍ରଯେଦସ୍ମାନ୍ହତ୍ଵୈତାନାତତାଯିନଃ ||୧-୩୬||
Translation
ହେ ସମସ୍ତ ପ୍ରାଣୀଙ୍କର ପାଳନକର୍ତ୍ତା ଶ୍ରୀକୃଷ୍ଣ! ଧୃତରାଷ୍ଟ୍ରଙ୍କର ପୁତ୍ରମାନଙ୍କୁ ବଧ କରି ଆମ୍ଭେମାନେ କି ଆନନ୍ଦ ପାଇବୁ? ସେମାନେ ଆକ୍ରମଣକାରୀ ହେଲେ ବି, ସେମାନଙ୍କୁ ହତ୍ୟା କଲେ ନିଶ୍ଚିତ ଭାବେ ଆମର ପାପ ହେବ । ତେଣୁ ଆମ ନିଜର ଭାଇ ଏବଂ ବନ୍ଧୁମାନଙ୍କୁ ହତ୍ୟା କରିବା ଆମ ପକ୍ଷେ ଉପଯୁକ୍ତ ହେବ ନାହିଁ । ହେ ମାଧବ (ଶ୍ରୀକୃଷ୍ଣ)! ନିଜ ଆତ୍ମୀୟମାନଙ୍କୁ ହତ୍ୟା କରି ଆମେ ସୁଖୀ ହେବାକୁ କେମିତି ଆଶା କରିବୁ?