ଅକ୍ଷରବ୍ରହ୍ମଯୋଗ - Verse ଶ୍ଲୋକ 24
ଶ୍ଲୋକ 24
ଅଗ୍ନିର୍ଜୋତିରହଃ ଶୁକ୍ଲଃ ଷଣ୍ମାସା ଉତ୍ତରାଯଣମ୍ |
ତତ୍ର ପ୍ରଯାତା ଗଚ୍ଛନ୍ତି ବ୍ରହ୍ମ ବ୍ରହ୍ମଵିଦୋ ଜନାଃ ||୮-୨୪||
Translation
ହେ ଭରତ ଶ୍ରେଷ୍ଠ! ମୁଁ ବର୍ତ୍ତମାନ ଏହି ଜଗତରୁ ତିରୋଧାନ ହେବାର ବିଭିନ୍ନ ମାର୍ଗ ବିଷୟରେ ବର୍ଣ୍ଣନା କରୁଅଛି । ଗୋଟିଏ ରାସ୍ତା ମୁକ୍ତି ପଥରେ ନେଇଯାଇଥାଏ ଏବଂ ଅନ୍ୟଟି ପୁନର୍ଜନ୍ମ ଦିଗକୁ ଅଗ୍ରସର କରାଏ । ଯେଉଁମାନେ ପରଂବ୍ରହ୍ମଙ୍କୁ ଜାଣନ୍ତି ଏବଂ ଯେଉଁମାନେ ସୂର୍ଯ୍ୟଙ୍କର ଉତ୍ତରାୟଣ କାଳର ଛଅ ମାସ, ଶୁକ୍ଳ ପକ୍ଷ ଓ ଦିବସର ମଧ୍ୟାହ୍ନ ସମୟରେ ଦେହତ୍ୟାଗ କରନ୍ତି, ସେମାନେ ଚରମ ଲକ୍ଷ୍ୟକୁ ପ୍ରାପ୍ତ କରିଥାନ୍ତି । ଯେଉଁମାନେ ବୈଦିକ କର୍ମକାଣ୍ଡ ପାଳନ କରନ୍ତି, ସୂର୍ଯ୍ୟଙ୍କର ଦକ୍ଷିଣାୟନ କାଳର ଛଅ ମାସ, କୃଷ୍ଣ ପକ୍ଷ ଏବଂ ସନ୍ଧ୍ୟା ସମୟରେ ଦେହତ୍ୟାଗ କରନ୍ତି, ସେମାନେ ସ୍ୱର୍ଗପ୍ରାପ୍ତି କରିଥାନ୍ତି । ସ୍ୱର୍ଗର ସୁଖ ଉପଭୋଗ କରିସାରିବା ପରେ ସେମାନେ ପୁଣି ସଂସାରକୁ ଫେରିଆସନ୍ତି । ଆଲୋକ ଏବଂ ଅନ୍ଧକାରର ଏହି ଦୁଇଟି ପଥ ଏହି ସଂସାରରେ ହିଁ ରହିଅଛି । ଯେପରି ଆଲୋକର ପଥ ମୁକ୍ତି ଦିଗକୁ ନେଇଥାଏ ସେହିପରି ଅନ୍ଧକାରର ପଥ ପୁର୍ନଜନ୍ମ ଦିଗକୁ ନେଇଯାଏ ।